www.samajalive.in
Friday, December 12, 2025
19.1 C
Bhubaneswar

ସାପ କାମୁଡାରେ ବାଳକ ମୃତ

ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ଧାଇପୁର ପଞ୍ଚାୟତ ଅଧିନ ଛତାବର ଗ୍ରାମରେ ରାତିରେ ଶୋଇଥିବା ଅବସ୍ଥାରେ ବିଷାକ୍ତ ସାପ କାମୁଡାରେ ଜଣେ ବାଳକର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି । ଛତାବର ଗ୍ରାମର ଦିଲ୍ଲୀପ ରାଉତଙ୍କ ପୁଅ ଏବଂ ବିଶ୍ଵନାଥ ବିଦ୍ୟାପୀଠର ୮ମ ଶ୍ରେଣୀର ଛାତ୍ର ଦେବୀପ୍ରସାଦ ରାଉତ(୧୩) ରବିବାର ରାତିରେ ଘରେ ଶୋଇଥିବାବେଳେ କୌଣସି ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା । ଭୋର ସମୟରେ ତାକୁ କଣ ଗୋଟେ କାମୁଡି ଦେଇଥିବା କହି ସେ ଗୁରତର ଅସୁସ୍ଥ ହୋଇପଡିବାରୁ ପରିବାର ଲୋକ ତାଙ୍କୁ ଉପଖଣ୍ଡ ଡାକ୍ତରଖାନାକୁ ନେଇଯାଇଥିଲେ । ହେଲେ ଚିକିତ୍ସା ଆରମ୍ଭର କିଛି ସମୟ ମଧ୍ୟରେ ବାଳକ ଆନନ୍ଦର ମୃତ୍ୟୁ ହୋଇଥିଲା। ପୁଲିସ ବାଳକ ଆନନ୍ଦର ମୃତଦେହକୁ ଜବତ ପରେ ବ୍ୟବଚ୍ଛେଦ କରାଇବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories