www.samajalive.in
Friday, December 12, 2025
19.1 C
Bhubaneswar

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ତିନି ଜଣ ଗୁରୁତର

ଆଠଗଡ଼: ଆଠଗଡ଼ ଥାନା ଅନ୍ତର୍ଗତ ଦୋରଡ ଛକ ନିକଟରେ ରବିବାର ସନ୍ଧ୍ୟାରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ତିନିଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଗୁରୁତର ଆହତଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା ବେଳେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆଠଗଡ଼ ଥାନା ଅନ୍ତର୍ଗତ ତଳଗଡ ଗ୍ରାମର ବାଦଲ ଝାଟି (୨୨) ଏବଂ ଦିପୁନା ନାଏକ (୨୧ ) ଗୋଟିଏ କୁଲର ଠିକ୍ କରି ଏକ ବାଇକରେ ଗ୍ରାମକୁ ଫେରୁଥିବା ବେଳେ ଦୋରଡ ଛକ ନିକଟରେ ଗୋଟିଏ ଅଟୋକୁ ଅତିକ୍ରମ କରୁଥିଲେ ଏବଂ ଏହି ସମୟରେ  ସାମ୍ନା ପଟୁ ଆସୁଥିବା ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତାଳବରକୋଟ ଗ୍ରାମର ସତ୍ୟ (୨୨)ଙ୍କ ମଟର ସାଇକେଲ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଖବର ପାଇ ଆଠଗଡ଼ ପୁଲସ  ଘଟଣାସ୍ଥଳରେ ପହଞ୍ଚି ଦୁଇଟି ଯାକ ବାଇକ ଜବତ କରିଥିବା ବେଳେ ଏ ବାବଦରେ ନିଜ ଆଡୁ ଗୋଟିଏ ମାମଲା ରୁଜ୍ଜୁ କରିଥିବା ଜଣାପଡିଛି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories