www.samajalive.in
Sunday, December 14, 2025
26.1 C
Bhubaneswar

ବିଜେପି ପକ୍ଷରୁ ଡ଼.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

ଆଠଗଡ: ଆଠଗଡର ଗାନ୍ଧିମାର୍ଗସ୍ଥିତ ବିଜେପି କାର୍ଯ୍ୟାଳୟରେ ଡ଼.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ହେମନ୍ତ କୁମାର ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ରହି ଡ.ମୁଖାର୍ଜୀଙ୍କ ତ୍ୟାଗ ତଥା ତତ୍କାଳୀନ କଂଗ୍ରେସ ସରକାରଙ୍କ ବିରୁଦ୍ଧରେ ଲଢେଇ ଏବଂ ବିଜେପି ଭଳି ଏକ ରାଷ୍ଟ୍ରବାଦୀ ଦଳ ଗଠନରେ ଥିବା ଅବଦାନ ସମ୍ପର୍କରେ ସ୍ମୃତିଚାରଣ କରିଥିଲେ।

ସେହିପରି ବିଜେପି ପକ୍ଷରୁ ବିଶିଷ୍ଟ ରାଷ୍ଟ୍ରବାଦୀ ନେତା ତଥା ଦେଶଭକ୍ତ ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଚାନ୍ଦବାଲି ଛକ ହନୁମାନ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ନଗର ମଣ୍ଡଳ ସଭାପତି ଇଲା ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ରୂପେ କଟକ ଗ୍ରାମୀଣ ଜିଲ୍ଲା ସଭାପତି ରାମ ନାରାୟଣ ମହାନ୍ତି ଯୋଗଦେଇ ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କର ତ୍ଯାଗପୁତ ଜୀବନାଦର୍ଶ ଏବଂ ଦେଶ ପାଇଁ ତାଙ୍କର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଡଃ ମୁଖାର୍ଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶ ଗଠନରେ ବ୍ରତୀ ହେବାକୁ ଶ୍ରୀ ମହାନ୍ତି ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories