www.samajalive.in
Sunday, December 14, 2025
23.1 C
Bhubaneswar

ଆଠଗଡ ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ

ଆଠଗଡ: ଆଠଗଡ ପଞ୍ଚାୟତ ସମିତିର ୧୦ମ ସାଧାରଣ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ ଘଟିକା ସମୟରେ ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ମିନତୀ ଆଚାର୍ଯ୍ୟ, ଉପାଧ୍ୟକ୍ଷ ସୁବାସ ଚନ୍ଦ୍ର ମଲ୍ଲିକ, ମଣ୍ଡଳ ଉନ୍ନୟନ ଅଧିକାରୀ ଆକାଶ କୁମାର ପଣ୍ଡା, ମଣ୍ଡଳ ବିତ୍ତ ଅକାରୀ ନବ କୁମାର କଟକିଆ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ରଶ୍ମୀରେଖା ନାଏକ ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ପାଲୋ, ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ଏବଂ ବିଭିନ୍ନ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ।

ବୈଠକରେ ବିକଶିତ ଗାଁ ବିକଶିତ ଓଡିଶାର ପ୍ରକଳ୍ପଗୁଡିକ କିପରି ଗ୍ରାମସଭାରେ ପାରିତ ହୋଇ କାର୍ଯ୍ୟକାରୀ ହେବ ସେ ବିଷୟରେ ଆଲୋଚନା କରାଯାଇଥିଲା। ଅନ୍ତୋଦୟ ଗୃହ ଯୋଜନା ଓ ଆବାସ ଯୋଜନାର ସର୍ବେକ୍ଷଣ ବିଷୟରେ ଆଲୋଚନା ହୋଇଥିଲା। ବ୍ଲକ ପଞ୍ଚାୟତ ବିକାଶ ଯୋଜନା (ବିପିଡିପି)ର ପ୍ରକଳ୍ପ ଚୟନ କରାଯାଇ ଏହାର ଅନୁମୋଦନ ବିଷୟରେ ଆଲୋଚନା ହୋଇଥିଲା। ଏଥିସହିତ ଡାଇରିଆ ନିରାକରଣ ଓ ସଚେତନତା ସମ୍ୱନ୍ଧରେ ମଧ୍ୟ ଆଲୋଚନା କରାଯାଇଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories