www.samajalive.in
Saturday, December 6, 2025
23.1 C
Bhubaneswar

୩ଟି ଗ୍ରାମ ଆଂଶିକ ଆବଦ୍ଧାଞ୍ଚଳ ଘୋଷିତ

ଆଠଗଡ: ଆଠଗଡ ବ୍ଲକର କୁଲାଇଲୋ, କନ୍ଦରପୁରର ଟାଙ୍ଗିସାହି ଏବଂ ସଠିଲୋ ଗ୍ରାମକୁ ୧୦ଦିନ ପାଇଁ ଆଂଶିକ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। କୁଲାଇଲୋରୁ ୭ଜଣ, କନ୍ଦରପୁର ଟାଙ୍ଗିସାହିରୁ ୧୨ଜଣ ଏବଂ ସଠିଲୋ ଗ୍ରାମରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆଂଶିକ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। ବ୍ଲକ କର୍ତ୍ତୃପକ୍ଷ ଓ ସ୍ଥାନୀୟ ରାଜସ୍ୱ ନିରୀକ୍ଷକଙ୍କ ରିପୋର୍ଟ ଆଧାରରେ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସଂପୃକ୍ତ ୩ଟି ଗ୍ରାମକୁ ଜୁଲାଇ ୨୫ତାରିଖ ସକାଳ ୬ଘଟିକା ଠାରୁ ଅଗଷ୍ଟ ୩ତାରିଖ ରାତି ୧୦ଘଟିକା ପର୍ଯ୍ୟନ୍ତ ଏହି କଟକଣା ଜାରି କରିଛନ୍ତି। ସଂପୃକ୍ତ ଗ୍ରାମଗୁଡିକର ପ୍ରବେଶପଥକୁ ବାଉଁଶବାଡ ଦ୍ୱାରା ଆବଦ୍ଧ କରାଯାଇଥିବା ବେଳେ ଲୋକଙ୍କ ଯିବାଆସିବାକୁ ବାରଣ କରାଯାଇଛି। ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ସଂସ୍ପର୍ଶରେ ଥିବା ଲୋକଙ୍କୁ ଚିହ୍ନଟ କରି ସେମାନଙ୍କର କୋଭିଡ ପରୀକ୍ଷା କରାଇବାକୁ ଉପଜିଲ୍ଲାପାଳ ବ୍ରହ୍ମପୁର ସିଏଚସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories