www.samajalive.in
Tuesday, December 9, 2025
16.1 C
Bhubaneswar

କେନ୍ଦ୍ରାପଡାର ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ଆଠଗଡ ସାମ୍ବାଦିକଙ୍କ ନିନ୍ଦା ଓ ଦାବିପତ୍ର ପ୍ରଦାନ

ଆଠଗଡ: ରାଜ୍ୟର ବିଭିନ୍ନ ସ୍ଥାନରେ ନିୟମିତ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଆକ୍ରମଣ ହେବା ଘଟଣା ଚିନ୍ତାର ବିଷୟ ବୋଲି ଆଠଗଡ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ଗତ ସପ୍ତାହରେ କେନ୍ଦ୍ରପଡାରେ ଜଣେ ସାମ୍ବାଦିକଙ୍କୁ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟର ଜଣେ ମହିଳା କନେଷ୍ଟବଳ ବିଚ୍‍ ରାସ୍ତାରେ ଚାପୁଡା ମାରିବା ଘଟଣାକୁ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହ ସଂପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ସୋମବାର ଆଠଗଡ ଉପଖଣ୍ଡ ସାମ୍ବାଦିକ ସଂଘର ଉପସଭାପତି ସର୍ବେଶ୍ୱର ପଣ୍ଡାଙ୍କ ନେତୃତ୍ୱରେ ସମସ୍ତ ସାମ୍ବାଦିକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ ସହ ଏକ ପ୍ରତିବାଦ ସଭାରେ ଏହି ଘଟଣାର ତୀବ୍ର ନିନ୍ଦା କରିଥିଲେ। ଏହି ପ୍ରତିବାଦ ସଭାରେ ଉତ୍କଳ ସାମ୍ବାଦିକ ସଂଘର କଟକ ଜିଲ୍ଲା ସଭାପତି ଲଲାଟେନ୍ଦୁ ସେନାପତି, ଉପଖଣ୍ଡ ସାମ୍ବାଦିକ ସଂଘ ସାଧାରଣ ସଂପାଦକ ସନ୍ତୋଷ ବାରିକ, ସାମ୍ବାଦିକ ମହେଶ ଦାସ, ବିଜୟ ନାୟକ, ଗୌରଚନ୍ଦ୍ର ସାହୁ, ବିଷ୍ଣୁପ୍ରସାଦ ଦାସ, ଶୈଳେନ୍ଦ୍ର ପଟ୍ଟନାୟକ, ଅଶୋକ ପ୍ରଧାନ ଓ ଝୁଲଣ ଭକ୍ତା ଉଦ୍‍ବୋଧନ ଦେଇ ଦୋଷୀ କନେଷ୍ଟବଳଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ। ପରେ ପରେ ଏକ ସାମ୍ବାଦିକଙ୍କ ଏକ ପ୍ରତିନିଧି ଦଳ ଉପଜିଲ୍ଲାପାଳଙ୍କୁ ଭେଟି ତାଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories