www.samajalive.in
Friday, December 12, 2025
15.1 C
Bhubaneswar

ଜିଲ୍ଲାପାଳଙ୍କ ବିଶ୍ୱନାଥ ବିଦ୍ୟାପୀଠ ପରିଦର୍ଶନ, ପୋଷ୍ୟ ସ୍କୁଲର ଉନ୍ନୟନ କାର୍ଯ୍ୟ ସମୀକ୍ଷା

ଆଠଗଡ: କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ନିଜ ପୋଷ୍ୟ ସ୍କୁଲ ଆଠଗଡର ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠକୁ ବୁଧବାର ଅପରାହ୍ନରେ ପରିଦର୍ଶନ କରି ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭାଗୀୟ ଅଧିକାରୀ ଓ ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଏହି ବିଦ୍ୟାଳୟରେ ଅଧ୍ୟୟନ କରି ୧୯୭୯ ବର୍ଷରେ ମାଟ୍ରିକ ପରୀକ୍ଷାରେ ରାଜ୍ୟରେ ଷଷ୍ଠସ୍ଥାନ ଅଧିକାର କରିଥିବା ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ବିଶ୍ୱନାଥ ବିଦ୍ୟାପୀଠକୁ ନିଜର ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପରେ ଏହାର ବ୍ୟାପକ ଉନ୍ନତି କରିବା ପାଇଁ ପଦକ୍ଷେପ ନେଇଛନ୍ତି।

ଜିଲ୍ଲାପାଳ ବିଦ୍ୟାଳୟରେ ୫ଟି ବିଭାଗ ଦ୍ୱାରା ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଚାଲିଥିବା ୨ଟି ସ୍ମାର୍ଟ ଶ୍ରେଣୀକକ୍ଷର ନିର୍ମାଣ କାର୍ଯ୍ୟ ତଦାରଖ କରିବା ସହ କେତେକ ପରାମର୍ଶ ଦେଇଥିଲେ। ଏଥି ସହିତ ଏହି ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୋଟିଏ ଇ-ଗ୍ରନ୍ଥାଗାର ଓ ଗୋଟିଏ ବିଜ୍ଞାନାଗାରର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥି ସହିତ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ୩୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ଶୌଚାଳୟ, ବିଦ୍ୟାଳୟ ପରିସରର ସୌନ୍ଦର୍ଯ୍ୟକରଣ, ନୂତନ ଫାଟକ ଓ ତୋରଣ ନିର୍ମାଣ ଆଦି କାର୍ଯ୍ୟ କିପରି ଯଥାଶୀଘ୍ର ଆରମ୍ଭ କରାଯାଇ ସଂପୂର୍ଣ୍ଣ କରାଯିବ ସେ ସଂପର୍କରେ ମଧ୍ୟ ବିସ୍ତୃତ ଆଲୋଚନା କରି ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପରାମର୍ଶ ଦେଇଥିଲେ। ଜିଲ୍ଲାପାଳଙ୍କ ଗସ୍ତ ସମୟରେ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି, ତହସିଲଦାର ତପନ କୁମାର ଖୁଣ୍ଟିଆ, ପୂର୍ତ୍ତବିଭାଗୀୟ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି, ଡେପ୍ୟୁଟି ନିର୍ବାହୀ ଯନ୍ତ୍ରୀ ଜୟନ୍ତ କୁମାର ନାୟକ, ଏନଏସି ନିର୍ବାହୀ ଅଧିକାରୀ ଆଶାଲତା ରଚମାଳାଙ୍କ ସମେତ ଅନ୍ୟ ଅଧିକାରୀ, ସ୍କୁଲର ଶିକ୍ଷକ/ଶିକ୍ଷୟିତ୍ରୀ ଓ ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ଥିଲେ। ପ୍ରଧାନଶିକ୍ଷକ ରୁଦ୍ରନାରାୟଣ ସାମଲ ଜିଲ୍ଲାପାଳଙ୍କୁ ସ୍ୱାଗତ କରିବା ସହ ସ୍କୁଲର ଉନ୍ନୟନ କାର୍ଯ୍ୟ ସଂପର୍କରେ ଅବଗତ କରାଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories