www.samajalive.in
Tuesday, December 9, 2025
26.1 C
Bhubaneswar

ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ 

ଆଠଗଡ :  ଆଠଗଡ ବ୍ଲକ ଅନ୍ତର୍ଗତ ଜୋରନ୍ଦା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ସତ୍ୟଭାମା ସ୍ୱାଇଁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବସନ୍ତ କୁମାର ତ୍ରିପାଠୀ ମୁଖ୍ୟଅତିଥି ଓ ସିଆରସିସି ଗଦାଧର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇ କୋଭିଡ-୧୯ ଯୋଗୁଁ ବିଦ୍ୟାଳୟ ବନ୍ଦ ରହିଥିଲେ ମଧ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଆଭାସୀ ମାଧ୍ୟମରେ ପିଲାମାନଙ୍କୁ ଶିକ୍ଷାଦାନ ଜାରି ରଖିବା ସହ ବ୍ୟକ୍ତିଗତ ଭାବେ ଧ୍ୟାନଦେବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ସ୍କୁଲର ୮୮ଜଣ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ, ଏକ ହଳ ଲେଖାଏଁ ଜୋତା ଓ ମୋଜା ବଣ୍ଟନ କରାଯାଇଥିଲା। ଶିକ୍ଷୟିତ୍ରୀ ସରସ୍ୱତୀ ରଣା, ପୁଷ୍ପଲତା ଶତପଥୀ, ଜୋସ୍ନାରାଣୀ ମହାନ୍ତି, ପ୍ରଭାତି ରଣା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ଶିକ୍ଷକ ମାନସ ରଞ୍ଜନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ ଓ ବହୁ ଅଭିଭାବକ ଯୋଗଦାନ କରିଥିଲେ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories