ଆଠଗଡ଼: ଆଠଗଡ଼ ବିଜେପି ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି। ବିଜେପି ନେତା ଅଭୟ କୁମାର ବାରିକଙ୍କ ନେତୃତ୍ୱରେ ସ୍ଥାନୀୟ ଚାନ୍ଦବାଲି ଛକଠାରେ ଥିବା ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ତାଙ୍କର ସୁଦୀର୍ଘ ନିରାମୟ ଜୀବନ କାମନା କରାଯାଇଥିଲା। ପରେ ପରେ ଆଠଗଡ଼ ବ୍ଲକ ଅନ୍ତର୍ଗତ ସମସରପୁର ପଞ୍ଚାୟତର କଲ୍ୟାଣ ମଣ୍ଡପଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରକୁ ଅଭୟ ବାରିକ ଉଦଘାଟନ କରିବାସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ମୋଟ ୧୧୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।
Popular Categories



