www.samajalive.in
Friday, December 12, 2025
15.1 C
Bhubaneswar

କୋଭିଡ୍‍ ମୁକାବିଲା କ୍ଷେତ୍ରରେ ସଫଳତା : ଆରୋଗ୍ୟ ଲାଭ କଲେ ୭୫ ଲକ୍ଷ ୪୫ ହଜାର, ଆରୋଗ୍ୟ ହାର ୯୧.୬୮ %

ନୂଆଦିଲ୍ଲୀ : କୋଭିଡ୍‍ ମୁକାବିଲା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୭୫ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୧.୬୮ ପ୍ରତିଶତକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ଅପେକ୍ଷା ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩ ଗୁଣା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ସଂକ୍ରମିତ ଆରୋଗ୍ୟ
ଲାଭ କରିବା ସହ ପ୍ରାୟ ୭୫ ଲକ୍ଷ ୪୫ ହଜାର ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।
ଏହା ଯୋଗୁଁ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୫୦ ହଜାରରୁ ନିମ୍ନରେ ରହିଛି। ପ୍ରାୟ ୪୫ ହଜାର ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
ଅଛନ୍ତି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ପ୍ରତିଶତକୁ ହ୍ରାସ ପାଇଛି। ଅନ୍ୟପକ୍ଷରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୧ ହଜାର ୯୦୮ ରହିଛି ଯାହାକି ମୋଟ ଆକ୍ରାନ୍ତଙ୍କ ତୁଳନାରେ ୬.୮୩ ପ୍ରତିଶତ ରହିଛି। ପ୍ରତିଦିନ ଅଧିକ ସଂଖ୍ୟାରେ ଲୋକ ଆରୋଗ୍ୟ ଲାଭ କରୁଥିବାରୁ ମୃତ୍ୟୁହାର ମଧ୍ୟ ହ୍ରାସ ପାଇବାରେ ଲାଗିଛି। ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨  ଲକ୍ଷ ୨୯ ହଜାର ୩୧୩ ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଏବଂ କୋଭିଡ୍‍ ମୁକାବିଲା ପାଇଁ
କଟକଣାକୁ କଡ଼ାକଡ଼ି ଭାବେ ଲାଗୁ କରିବା ଯୋଗୁଁ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।
ଦେଶରେ କୋଭିଡ୍‍ ମୃତ୍ୟୁସଂଖ୍ୟା ହ୍ରାସ ପାଇ ୧.୪୯ ପ୍ରତିଶତ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୯୬ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏଥି ସହିତ ମୋଟ୍ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୬୦୭କୁ ବୃଦ୍ଧି ପାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories