www.samajalive.in
Wednesday, December 10, 2025
14.1 C
Bhubaneswar

ଶପଥ ନେଲେ ଅତିଶୀ ଓ ୫ କ୍ୟାବିନେଟ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅତିଶୀ ମାର୍ଲେନା। ରାଜନିବାସରେ ଆୟୋଜିତ ଏକ ଭବ୍ୟ ଉତ୍ସବରେ ଉପରାଜ୍ୟପାଳ ଭି. କେ. ସକ୍‌ସେନା ଅତିଶୀଙ୍କୁ ପଦ ଓ ଗୋପନୀୟତାର ସହିତ ଶପଥପାଠ କରାଇଛନ୍ତି। ଅତିଶୀଙ୍କ ସହିତ ଅନ୍ୟ ୫ ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଲେ ସୌରଭ ଭରଦ୍ଵାଜ, ଗୋପାଳ ରାୟ, କୈଳାସ ଗେହଲଟ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲାଓ୍ବତ ପ୍ରମୁଖ।

ଅରବିନ୍ଦ କେଜ୍ରିଓ୍ବାଲ ଜେଲରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ। ଏହା ପରେ ପରେ ସେ ଉପରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଥିଲେ। ରାଷ୍ଟ୍ରପତି କେଜ୍ରିଓ୍ବାଲଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିବା ସହିତ ଆମ ଆଦମୀ ପାର୍ଟିର ନିଷ୍ପତ୍ତି ଅନୁସାରେ ଅତିଶୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଇଥିଲେ। ଏହାପରେ ଶନିବାର ଅତିଶୀଙ୍କୁ ଉପରାଜ୍ୟପାଳ ଶପଥପାଠ କରାଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories