www.samajalive.in
Saturday, December 6, 2025
16.1 C
Bhubaneswar

ଦୁଇ ବ୍ୟବସାୟୀଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କିଛି ଦିନର ବ୍ୟବଧାନ ପରେ ପୁଣି ଚେନ ଲୁଟେରାଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଦୁର୍ବୃତ୍ତମାନେ ଛୁରୀ‌ରେ ଆକ୍ରମଣ କରି ୨ଜଣ ବ୍ୟବସାୟୀଙ୍କ ଠାରୁ ସୁନା ଚେନ ଓ ଟଙ୍କା ଲୁଟ କରି ନେଇଛନ୍ତି। ଭୁବନେଶ୍ବର ବମିଖାଲ ଦୁର୍ଗା ମଣ୍ଡପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏଭଳି କାଣ୍ଡ ଘଟିଛି। ବ୍ୟବସାୟୀଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀ ଘରକୁ ଫେରୁଥିବା ବେଳେ ୪ଜଣ ଦୁର୍ବୃତ୍ତ ତାଙ୍କୁ ବମିଖାଲ ଦୁର୍ଗାମଣ୍ଡପ ନିକଟରେ ଅଟକାଇଥିଲେ। ବ୍ୟବସାୟୀ ଜଣକ ପିନ୍ଧିଥିବା ସୁନା ଚେନ ସହ ତାଙ୍କ ପାଖରେ ଥିବା ଟଙ୍କା ଛଡାଇ ନେବାକୁ ଉଦ୍ୟମ କରିଥିଲେ। ବ୍ୟବସାୟୀ ଜଣକ ଦୁର୍ବୃତ୍ତଙ୍କୁ ବିରୋଧ କରିବାରୁ ସେମାନେ ତାଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ସେହି ସମୟରେ ରାସ୍ତାରେ ଯାଉଥିବା ଅନ୍ୟ ଜଣେ ବ୍ୟବସାୟୀ ଦୁର୍ବୃତ୍ତମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ତାଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଉଭୟଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରି ସୁନା ଚେନ ଓ ଟଙ୍କା ଲୁଟ କରି ପଳାଇଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories