www.samajalive.in
Monday, December 8, 2025
24.1 C
Bhubaneswar

ରେମୁଣା ମହୋତ୍ସବରେ ଉତ୍ତେଜନା ; ୩ ଆହତ

ବାଲେଶ୍ବର : ରେମୁଣା ମହୋତ୍ସବ ଚାଲିଥିବା ବେଳେ ଉତ୍ତେଜନା ଦେଖାଦେଇଛି। ସାଇକେଲ ଷ୍ଟାଣ୍ଡ ନିକଟରେ ୨ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳେ ହୋଇଥିଲା। ଏଥିରେ ୩ଜଣ ଆହତ ହୋଇଥିବା ଜଣାପଡିଛି। ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଉଭୟ ଗୋଷ୍ଠୀର ୧୦ରୁ ଅଧିକ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ଉତ୍ତେଜନା ଲାଗି ରହିବାରୁ ମହୋତ୍ସବ କମିଟି ସମସ୍ତ କାର୍ଯ୍ୟକ୍ରମକୁ ବନ୍ଦ କରିଦେଇଥିଲା। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମହୋତ୍ସବରେ ଲାଗିଥିବା ସମସ୍ତ ଦୋକାନ ବଜାରକୁ ବନ୍ଦ କରି ଦେଇଥିବା ଜଣାପଡିଛି। ଉତ୍ତେଜନା ଲାଗି ରହିଥିବାରୁ ଘଟଣାସ୍ଥଳରେ ୪ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories