www.samajalive.in
Monday, December 15, 2025
24.1 C
Bhubaneswar

ସ୍ତ୍ରୀକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା

କେନ୍ଦୁଝର : କେନ୍ଦୁଝର ଜିଲାସ୍ଥିତ ଆନନ୍ଦପୁରର ଘସିପୁରା ଥାନା ଅନ୍ତର୍ଗତ ଅଧୀନ ବାରିଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ହାଣି ଗୁରୁତର ଆହତ କରିବା ପରେ ନିଜେ ଆତ୍ମହତ୍ୟା କରିଛି। ଘସିପୁରା ଥାନା ବାରିଗାଁ ନିକଟ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ପୁଲିସ ଆନନ୍ଦପୁର ଡ଼ାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସୂଚନା ଅନୁଯାୟୀ, ପାରିବାରିକ କଳହକୁ କେନ୍ଦ୍ର କରି ଏହି ଅଘଟଣ ଘଟିଥିବା କୁହାଯାଉଛି। ଆହତ ମହିଳାଙ୍କୁ ପ୍ରଥମେ ଆନନ୍ଦପୁର ଡ଼ାକ୍ତରଖାନାରେ ଭିର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories