www.samajalive.in
Saturday, December 6, 2025
19.1 C
Bhubaneswar

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ବାଲେଶ୍ବର:  ଏକ ଦୈନିକ ଖବରକାଗଜର ଜଣେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ବାଲିଆପାଳର ଜଣେ ସାମ୍ବାଦିକଙ୍କୁ ସକାଳ ୬.୩୦ମିନିଟରେ ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଦୁର୍ବୃତ୍ତମା​‌ନେ ଫେରାର ହୋଇଯାଇଥିବା ଜଣା ପଡିଛି। ସାମ୍ବାଦିକଙ୍କ ନାମ ରାଧାକୃଷ୍ଣ ସାହୁ। ତାଙ୍କ ହାତର ଦୁଇଟି ଆଙ୍ଗଠି ସମ୍ପୂର୍ଣ୍ଣ କଟି ଯାଇଥିବା ବେଳେ ଗୋଡରେ ମଧ୍ୟ ଗଭୀର ଆଘାତ ଲାଗିଥିବା ଜଣା ପଡିଛି। ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ବାଲିଆପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ​‌ପରେ ତାଙ୍କୁ ବାଲେଶ୍ବର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories