www.samajalive.in
Monday, December 8, 2025
27.1 C
Bhubaneswar

ବୃଦ୍ଧ ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ ; କାରଣ ଅସ୍ପଷ୍ଟ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଜରକ ଗ୍ରାମରେ ବୃଦ୍ଧ ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ବୃଦ୍ଧା ଗୁରୁତର ଥିବା ଜଣାପଡିଛି। ବୃଦ୍ଧା ଗୁରୁତର ଅବସ୍ଥାରେ କରଞ୍ଜିଆ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ କରଞ୍ଜିଆ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ବୃଦ୍ଧ ଦମ୍ପତ୍ତି ଶୋଇଥିବା ବେଳେ ତାଙ୍କୁ କେହି ଦୁର୍ବୃତ୍ତ ମାରଣାସ୍ତ୍ରରେ ଆକ୍ରମଣ କରିଥିଲା। ଉଭୟଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ମେଡିକାଲକୁ ନିଆଯାଇଥିଲା। ବୃଦ୍ଧଙ୍କ ବେକରେ ଗଭୀର କ୍ଷତ ହୋଇଥିବାରୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ବୃତ୍ତମାନେ ବୃଦ୍ଧାଙ୍କ ଡାହାଣ ହାତ ଅଙ୍ଗୁଳୀ କାଟି ନେଇଯାଇଥିବା ଜଣାପଡିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories