www.samajalive.in
Sunday, December 14, 2025
19.1 C
Bhubaneswar

ଚଢାଉ ବେଳେ ମାଇନିଂ ଅଫିସରଙ୍କୁ ଆକ୍ରମଣ

ଖୋର୍ଦ୍ଧା: ଖୋର୍ଦ୍ଧାରେ ଦିନକୁ ଦିନ ଖଣି ମାଫିଆଙ୍କ ଆତଙ୍କ ବଢିବାରେ ଲାଗିଛି। ଟାଉନ ଥାନା ଗୁଡୁମ୍ ପଥର ଖଣିରେ ଚାଲୁଥିବା ବେଆଇନ ଖଣି ଖନନ ଉପରେ ଚଢାଉ ବେଳେ ଜଣେ ମାଇନିଂ ଅଫିସରଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ସୋମବାର ବିଳମ୍ବିତ ରାତିରେ ବେଆଇନ ଭାବେ ପଥର ଖନନ ହେଉଥିବାବେଳେ ମାଇନିଂ ଅଫିସର ଜଗନ ବେହେରା କୌଣସି ସୂତ୍ରରୁ ଖବର ପାଇ ଚଢଉ କରିଥିଲେ । ସେହି ସମୟରେ କିଛି ଦୁର୍ବୁତ୍ତ ତାଙ୍କୁ ଘେରିଯାଇ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ ।  ତାଙ୍କ କାର କୁ ମଧ୍ୟ ବାଡେଇ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଜଗନ ଏ ନେଇ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories