www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରେଣୀ ଗୃହରେ ଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ

କଟକ : କଟକ ନିଆଳି ଥାନା ଅନ୍ତର୍ଗତ ଆମ୍ବପଡା ମଧ୍ୟ ଇଂରାଜୀ ବିଦ୍ୟାଳୟରେ ସୋମବାର ଶ୍ରେଣୀ ଗୃହରେ ପାଠ ପଢାଉଥିବା ବେଳେ ଜଣେ ଶିକ୍ଷୟିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଜଣେ ଦୁର୍ବୃତ୍ତ ହଠାତ୍ ଶ୍ରେଣୀ ଗୃହକୁ ପଶି ଆସି କଟୁରୀରେ ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରିଥିଲା। ଫଳରେ ଶିକ୍ଷୟିତ୍ରୀଙ୍କ ମୁଣ୍ଡ ଓ ହାତରେ ଗୁରୁତର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ନିଆଳି ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଆକ୍ରମଣକାରୀକୁ ନିଆଳି ପୁଲିସ ଅଟକ ରଖିଛି। ତେବେ ଆକ୍ରମଣର ପ୍ରକୃତ କାରଣ ଜଣାପଡ଼ିନାହିଁ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories