www.samajalive.in
Tuesday, December 9, 2025
17.1 C
Bhubaneswar

ଦୁଇ ଝିଅଙ୍କୁ ସାଙ୍ଗରେ ଧରି ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ମହିଳା; ଗୁରୁତର ଅବସ୍ଥାରେ ୨ଝିଅ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଷ୍ଟେସନରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ଦୁଇ ଜଣ ଝିଅଙ୍କୁ ସାଙ୍ଗରେ ଧରି ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ଦୁଇ ଝିଅଙ୍କୁ ଉଦ୍ଧାର କରାଯାଇ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୁଲିସ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖିଛି। ପାରିବାରିକ କଳହକୁ କେନ୍ଦ୍ର କରି ମହିଳା ଜଣଙ୍କ ଏଭଳି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି।

ମିଳିଥିବା ସୂଚନା ଅନୁଯାୟୀ, ମହିଳାଙ୍କ ସହ ତାଙ୍କ ସ୍ବାମୀଙ୍କ ସମ୍ପର୍କ ଭଲ ନଥିଲା। ଉଭୟଙ୍କ ମଧ୍ୟରେ ସବୁବେଳେ କଳି ଝଗଡା ଲାଗୁ ରହୁଥିଲା। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହେବା ପରେ ମହିଳା ଜଣଙ୍କ ଦୁଇ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁ ପଡିଥିଲେ। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଝିଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଜଣଙ୍କୁ ହାତ କଟିଥିବା ବେଳେ ଅନ୍ୟ ଜଣଙ୍କ ମୁଣ୍ଡ ଫାଟିଥିଲା। ଜଣଙ୍କୁ ସ୍ଥାନୀୟ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ସେହିପରି ଅନ୍ୟ ଜଣଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁଇ ଝିଅଙ୍କ ମଧ୍ୟରୁ ଜଣେ ଷଷ୍ଠ ଶ୍ରେଣୀରେ ପଢୁଥିବା ବେଳେ ଅନ୍ୟ ଝିଅଟି ପ୍ରଥମ ଶ୍ରେଣୀର ଛାତ୍ରୀ ବୋଲି ଜଣାପଡିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories