www.samajalive.in
Sunday, December 7, 2025
23.1 C
Bhubaneswar

ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟରେ ‘ପରୀକ୍ଷା ଦର୍ପଣ’ ପୁସ୍ତକର ଅଡିଓ ସଂକଳନ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ‘ପରୀକ୍ଷା ଦର୍ପଣ’ ପୁସ୍ତିକାର ଅଡିଓ ସଂକଳନ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟରେ ଉନ୍ମୋଚିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗ ଦ୍ୱାରା ପ୍ରସ୍ତୁତ ଏହି ଅଡିଓ ସଂକଳନ ବ୍ରେଲ ପୁସ୍ତକର ବିକଳ୍ପ ଭାବେ ଦୃଷ୍ଟିହୀନ ଛାତ୍ର-ଛାତ୍ରୀଙ୍କୁ ସାହାଯ୍ୟ କରିବ। ରାଜ୍ୟ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ଜିଲ୍ଲାର ଏହି ଅଭିନବ ପ୍ରୟାସକୁ ପ୍ରଶଂସା କରିବା ସହିତ, ଏହି ଅଡିଓ ସଂକଳନ ଦୃଷ୍ଟିହୀନ ତଥା ସାଧାରଣ ଛାତ୍ର-ଛାତ୍ରୀମାନଙ୍କ ପାଇଁ ମଧ୍ୟ ଉପାଦେୟ ହୋଇ ପାରିବ ବୋଲି ମତ ଦେଇଥିଲେ।

ଅନ୍ୟତମ ଅତିଥି ଭାବେ ଓସେପାର ଉପ-ନିର୍ଦ୍ଦେଶକ ଡକ୍ଟର ଉଦୟନାଥ ମାଝୀ, ଭୁବନେଶ୍ୱର ଗୋଷ୍ଠୀ ଶିକ୍ଷା ଅଧିକାରୀ ଡକ୍ଟର ସନ୍ତୋଷ କୁମାର ରାଉତ, ପରୀକ୍ଷା ଦର୍ପଣ ଅଡିଓ ସଂକଳନକୁ ସଦୁପଯୋଗ କରିବା ପାଇଁ ଛାତ୍ର-ଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ। ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାର ବନ୍ଦନା ମହାପାତ୍ର ଏହି ଅଡିଓ ସଂକଳନର ଆବଶ୍ୟକତା ଓ ଉପାଦେୟତା ସମ୍ପର୍କରେ ଆଲୋକପାତ କରିବା ସହ ଏହାର ବହୁଳ ପ୍ରସାର ନିମନ୍ତେ ସମସ୍ତଙ୍କୁ ଅନୁରୋଧ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚନ୍ଦ୍ର ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିବା ସହିତ ଅତିଥିମାନଙ୍କ ପରାମର୍ଶକୁ କାର୍ଯ୍ୟକାରୀ କରିବା ପାଇଁ ଛାତ୍ର-ଛାତ୍ରୀମାନଙ୍କୁ ଉପଦେଶ ଦେଇଥିଲେ। ନୟାଗଡ଼ର ରେଡିଓ ସୁରଭିର ଷ୍ଟୁଡିଓ ସହାୟତାରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗ ପ୍ରୟାସରେ ଏହି ଅଡିଓ ସିଡି ପ୍ରସ୍ତୁତ କରାଯାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories