www.samajalive.in
Friday, December 5, 2025
23.1 C
Bhubaneswar

ନୂଆଖାଇ ପର୍ବ ଉପଲକ୍ଷେ ଅଗଷ୍ଟ ୨୯ରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର: କୃଷି ଭିତ୍ତିକ ଗଣପର୍ବ ନୂଆଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ। ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି। ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି। ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି। ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories