www.samajalive.in
Saturday, December 6, 2025
26.1 C
Bhubaneswar

କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି

ବ୍ରହ୍ମପୁର: ବ୍ରହ୍ମପୁର ନଗର କଂଗ୍ରେସ ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ ପାଳନ କରାଯାଇଛି । ପ୍ରଥମେ କଂଗ୍ରେସ କର୍ମୀ ଓ ନେତାମାନେ ସ୍ଥାନୀୟ ବାପୁଜୀ ଆଶ୍ରମ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଦଳୀୟ ପତାକା ଉତ୍ତୋଳନ କରିଥିଲେ। ରଷ୍ଟ୍ରୀୟ ଗାନ ତଥା ଜାତୀୟ ସଂଗୀତ ଗାଇଥିଲେ। ଏହା ପରେ ସହରରେ ଥିବା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପ୍ରତିମୂର୍ତ୍ତିରେ ଯଥା ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳ ଗୌରବ ମଧୁସୂଦନ ଦାସ, ପଦ୍ମଶ୍ରୀ ମୋହନ ନାୟକ, ଭାରତ ରତ୍ନ ଇନ୍ଦିରା ଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ, ଦିବାକର ପଟ୍ଟନାୟକ, ମହାରାଜା କୃଷ୍ଣ ଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ନଗର କଂଗ୍ରେସ ସଭାପତି ସୂଜୟ କୁମାର ଆଚାର୍ୟ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ୟ୍ୟକ୍ରମରେ ଜିଲା ସେବଦଳ ମୁଖ୍ୟ କିଶୋର କପୁର ସମସ୍ତ ସଂଯୋଜନା କରିଥିଲେ । ବହୁ କର୍ମୀ ଓ ନେତା ଯୋଗଦେଇଥିଲେ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories