www.samajalive.in
Monday, December 8, 2025
14.1 C
Bhubaneswar

ଅଟୋ ଦୁର୍ଘଟଣାରେ ୬ ଗୁରୁତର

ହରଭଙ୍ଗା: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅର୍ନ୍ତଗତ ଖୋର୍ଦ୍ଦା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ମାର୍ଦ୍ଦୀଙ୍ଗ ନିକଟରେ ବୁଧବାର ସକାଳେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ସୂଚନା ଅନୁସାରେ, ଆଜି ସକାଳେ ଏହି ରାଜପଥ ଦେଇ ଆଡେଣିଗଡ ପଟୁ ଏକ ଯାତ୍ରୀବାହୀ ଅଟୋ ୬ ଜଣ ଯାତ୍ରୀଙ୍କୁ ନେଇ ଚାରିଛକ ଅଭିମୁଖେ ଯାଉଥିଲ।। ଏହି ସମୟରେ ଗାଡ଼ିଟି ମାର୍ଦ୍ଦୀଙ୍ଗ ନିକଟରେ ଭାରସାମ୍ୟ ହରାଇ ବାମ ପାର୍ଶ୍ବରୁ ହଠାତ୍‍ ଡାହାଣ ପାର୍ଶ୍ବରେ ଥିବା ନାଳ ଭିତରକୁ ପଶି ଦୁର୍ଘଟଣାଗ୍ରସ୍ତ ହୋଇଥିଲ।। ଫଳରେ ଗାଡ଼ିରେ ଥିବା ଚାଳକ ଅନିଲ ନାଏକ(୨୭), ଶିିବୁ ପଟ୍ଟନାୟକ(୨୨), ସୌମିତ୍ରୀ ନାଏକ(୩୫), ରଞ୍ଜି ମୁଖୀ(୪୦), ନର୍ମଦା ବେହେରା(୩୭), ବିଶ୍ୱନାଥ ବେହେରା(୬୫) ଗୁରୁତର ଆହତ ହୋଇଥିଲେ। ଖବରପାଇ ହରଭଙ୍ଗା ଦମକଳବାହୀନି ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲୋ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories