www.samajalive.in
Saturday, December 6, 2025
23.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ମହିଳା ଆହତ

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟସ୍ଥ ଏସଇଟି କଲେଜ ନିକଟରେ ଆଜି ସନ୍ଧ୍ୟା ପ୍ରାୟ ସାଢେ ୫ଟା ସମୟରେ ଏକ ଅଟୋ ଭାରସାମ୍ୟ ହରାଇ କଲଭର୍ଟ ଭିତରକୁ ଖସି ଓଲଟି ଯିବାରୁ ଜଣେ ମହିଳା ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ସନ୍ଧ୍ୟା ପ୍ରାୟ ସାଢେ ୫ଟା ସମୟରେ ଗୋପାଳପୁରରୁ ବ୍ରହ୍ମପୁର ଅଭିମୁଖେ ଏକ ଅଟୋ ନିଜ ପରିବାର ଲୋକଙ୍କୁ ନେଇ ଯାଉଥିବାବେଳେ ଭାରସାମ୍ୟ ହରାଇ କଲେଜ ନିକଟରେ କଲଭର୍ଟ ଭିତରୁ ଖସି ଓଲଟି ଯାଇଥିଲା । ଅଟୋରେ ବସିଥିବା ଜଣେ ମହିଳା ସାମାନ୍ୟ ଆହତ ହୋଇଥିବାବେଳେ ଅନ୍ୟମାନେ ସୁରକ୍ଷିତ ରହିଥିବା ଜଣାପଡ଼ିଛି । ଖବର ପାଇ ଗୋପାଳପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ଆହତ ମହିଳାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ମେଡିକାଲ ପଠାଯାଇଥିବାବେଳେ ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ଥାନା ଅଧିକାରୀ ଶରତ କୁମାର ମାହାଲିକ ସୂଚନା ଦେଇଛନ୍ତି ।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories