www.samajalive.in
Monday, December 8, 2025
27.1 C
Bhubaneswar

ଅଟୋ ଧକ୍କାରେ ସାଇକେଲ ଆରୋହୀ ଗୁରୁତର

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ଥାନା ଅନ୍ତର୍ଗତ ବରାଗଡ ଗ୍ରାମ୍ୟଛକ ନିକଟରେ ଶନିବାର ଅପରାହ୍ନରେ ଏକ ମାଲବାହୀ ଅଟୋ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କ ନାମ ନୃସିଂହ ବାରିକ (୫୫) ଓ ତାଙ୍କ ଘର ନିକଟବର୍ତ୍ତି ବରାଗଡ ଗ୍ରାମରେ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ପିପିଲି ଡାକ୍ତରଖାନାକୁ ପଠାଇଥିବା ବେଳେ ଅବସ୍ଥା ଅଧିକ ଗୁରୁତର ହେବାରୁ ପରେ ତାଙ୍କୁ କ୍ୟାପିଟାଲ ହସ୍‍ପିଟାଲ୍‍କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
ସୂଚନା ଅନୁଯାଇ, ପିପିଲିରୁ ମଙ୍ଗଳପୁର ଅଭିମୁଖେ ଯାଉଥିବା ଏକ ମାଲବାହୀ ଅଟୋ ବରାଗଡ ଗ୍ରାମ୍ୟଛକ ନିକଟରେ ଏକ ସ୍କୁଟର ଓ ସାଇକେଲ୍‍କୁ ସାମ୍ନାରୁ ଧକ୍କା ଦେଇ ରାସ୍ତା କଡରେ ଓଲଟି ପଡ଼ିଥିଲା। ଫଳରେ ସାଇକେଲ ଓ ସ୍କୁଟର ସଂପୂର୍ଣ୍ଣ ଭାବେ ଭାଙ୍ଗି ଯାଇଥିବା ବେଳେ ସାଇକେଲ ଆରୋହୀ ନୃସିଂହ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇଥିଲେ। ସ୍କୁଟର ଚାଳକ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଅଟୋ, ସାଇକେଲ ଓ ସ୍କୁଟରକୁ ଜବତ କରିବା ସହ ଅଟୋ ଚାଳକକୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories