www.samajalive.in
Saturday, December 6, 2025
15.1 C
Bhubaneswar

ଅଟୋ ଓଲଟି ୫ ଯାତ୍ରୀ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ପିଠିଆଷଣ୍ଢ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡିଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ଏକ ଅଟୋ  କିଛି ଯାତ୍ରୀଙ୍କୁ ନେଇ ଚାନ୍ଦବାଲି ବଜାରରୁ ଗୋବିନ୍ଦପୁର ଗାଁକୁ ଯାଉଥିଲା। ପିଠିଆଷଣ୍ଢ ନିକଟରେ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ୫ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତର ଯାତ୍ରୀଙ୍କୁ ତୁରନ୍ତ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଡ୍ରାଇଭରର ବେପରୁଆ ଗାଡି ଚାଳନା ଯୋଗୁଁ ଏଭଳି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories