ଭାରତୀୟ ହକି ଦଳକୁ ରାଜ୍ୟ ସରକାରଙ୍କ ବିପୁଳ ସମ୍ବର୍ଦ୍ଧନା

ଭୁବନେଶ୍ବର : ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ବିଜେତା ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜୟୀ ଟିମର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଓ ସହାୟକ ଷ୍ଟାଫଙ୍କୁ ୧୦ଲକ୍ଷ ଟଙ୍କା ଆର୍ଥିକ ପୁରସ୍କାର ମିଳିବ। ସେହିପରି ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପାଇଁ ସ୍ଵତନ୍ତ୍ର ଆର୍ଥିକ ପୁରସ୍କାର ଘୋଷଣା କରାଯାଇଛି। ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ।

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌

Comments are closed.