www.samajalive.in
Sunday, December 7, 2025
14.1 C
Bhubaneswar

ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା – ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି

ଡେସ୍କ: ପ୍ୟାରିସ୍ ଅଲିମ୍ପିକ୍ସରେ ସ୍ପେନକୁ ପରାସ୍ତ କରି କାଂସ୍ୟ ପଦକ ହାସଲ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ଘୋଷଣା କରିଛନ୍ତି। ଅଲିମ୍ପିକ୍ସ ପୁରୁଷ ହକିରେ ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିବା ସହ ଦେଶ ପାଇଁ ଗୌରବ ଆଣିଥିବା ଭାରତୀୟ ହକି ଦଳକୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରସ୍କାର ରାଶି ଘୋଷଣା କରିଛନ୍ତି।

ଭାରତୀୟ ହକି ଦଳର ସମସ୍ତ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅର୍ଥରାଶି ଦିଆଯିବ। ଦଳରେ ଥିବା ସହଯୋଗୀ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ। ତେବେ ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଭାବେ ୪ କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିବା ଜଣାପଡିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories