ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଚମ୍ପାଝର ପଞ୍ଚାୟତ କିରିକିଚିପାଳ ଗାଁରେ ବନବିଭାଗ ପକ୍ଷରୁ ବନ୍ୟଜନ୍ତୁ ସୁରକ୍ଷା ଓ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ଆଜି (ସୋମବାର ଦିନ) ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କରଞ୍ଜିଆ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାୟକ, ସମ୍ମାନିତ ଅତିଥି ଭାବେ ସରପଞ୍ଚ ବିକ୍ରମ ପିଙ୍ଗୁଆ , ଠାକୁରମୁଣ୍ଡା ବନାଞ୍ଚଳ ଅଧିକାରୀ ଉମାକାନ୍ତ ବେହେରା ପ୍ରମୁଖ ଯୋଗଦେଇ ବନ୍ୟଜନ୍ତୁଙ୍କୁ କିପରି ସୁରକ୍ଷା ଦେବା ଏବଂ ଜଙ୍ଗଲକୁ କିପରି ନିଆଁ ଦାଉରୁ ସୁରକ୍ଷା କରିବା ସେ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିରେ ସମସ୍ତ ବନକର୍ମଚାରୀ ଓ କିରିକିଚିପାଳ ଗ୍ରାମର ଗ୍ରାମବାସୀ ଉପସ୍ଥିତ ରହି ସଚେତନତାର ବାର୍ତ୍ତା ବ୍ୟାନର ଧରି ରାଲି କରିଥିଲେ। ସଭା ପରେ ଜଙ୍ଗଲ ସୁରକ୍ଷା କରିବା ପାଇଁ ପଦଯାତ୍ରା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଥିଲା। ଏହି କାର୍ୟ୍ୟକ୍ରମରେ ବନ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।
Popular Categories



