www.samajalive.in
Sunday, December 14, 2025
23.1 C
Bhubaneswar

ଶିଶୁ ଶ୍ରମିକ ଉଚ୍ଛେଦ ସଚେତନତା ରଥ ଉଦଘାଟିତ

ପୁରୀ : ପ୍ରତିଟି ଶିଶୁ ଇଶ୍ଵରଙ୍କ ସନ୍ତାନ। ପ୍ରତିଟି ଶିଶୁ ମଧ୍ୟରେ ପ୍ରତିଭା ରହିଛି। ଏହାକୁ ବିକଶିତ କରାଗଲେ ସେ ସମାଜ ପାଇଁ ସମ୍ବଳ ପାଲଟିବ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ। ବୁଧବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଏକ ସଚେତନତା ରଥ ଉଦଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାହୁ ଏହାକୁ ଉଦଘାଟନ କରିବା ସହ ଶିଶୁ ଶ୍ରମିକ ଏକ ଘୃଣ୍ୟ ପ୍ରଥା ହୋଇଥିବାରୁ ଏହାକୁ ସବୁ ସ୍ତରରୁ ପ୍ରତିହତ କରିବାର ଆବଶ୍ୟକତା ରହିଛି। ତେଣୁ ସମ୍ବେଦନଶୀଳ ଓ ଦାୟିତ୍ୱର ସହ ପ୍ରତ୍ୟେକ କାର୍ଯ୍ୟ ନିର୍ବାହ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଡିଭିଜିଓନାଲ ଶ୍ରମ ଆୟୁକ୍ତ ଶିବ ଶଙ୍କର ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ, ସହକାରୀ ଶ୍ରମ ଅଧିକାରୀ ବିକ୍ରମ କେଶରୀ ପ୍ରଧାନ ପ୍ରମୁଖ ଏଥିରେ ଯୋଗ ଦେଇଥିଲେ। ଏହି ସଚେତନତା ରଥ ଜିଲ୍ଲାର ସମସ୍ତ ବ୍ଲକ ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଶ୍ରମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories