www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରାଣ ପ୍ରତିଷ୍ଠା ପାଇଁ ଅଯୋଧ୍ୟା ସମ୍ପୂର୍ଣ୍ଣ ପ୍ରସ୍ତୁତ: ସୁରକ୍ଷା ବ୍ୟବସ୍ଥା କଡାକଡି

ଅଯୋଧ୍ୟା: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ଦୁଇ ଦିନ ବାକି। ଏହାପୂର୍ବରୁ ରାମଲାଲାଙ୍କ ଅନେକ ଫଟୋ ଭାଇରାଲ ହେଉଛି। ଯେଉଁଥିରେ ରାମଲାଲା ଖୁବ ସୁନ୍ଦର ଦେଖାଯାଉଛନ୍ତି। ପ୍ରାଣ ପ୍ରତିଷ୍ଠା ପାଇଁ ଅଯୋଧ୍ୟାନଗରୀରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଥିବା ବେଳେ ପୁରା ମନ୍ଦିରକୁ ଫୁଲ ମାଳାରେ ସଜାଯାଉଛି। ଏହି ବିଶାଳ ସମାରୋହକୁ ନଜରରେ ରଖି ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଗସ୍ତ କରି ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ରାମ କଥା ପାର୍କରେ ଅଧିକାରୀଙ୍କ ସହିତ ବୈଠକ କରି ଉତ୍ସବରେ ସାମିଲ ହେବାକୁ ଆସୁଥିବା ଭିଭିଆଇପିଙ୍କ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଭିଭିଆଇପି ସହିତ ଜଣେ ଅଧିକାରୀ ନିୟୋଜିତ ହେବା ଉଚିତ୍‍।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories