www.samajalive.in
Saturday, December 6, 2025
23.1 C
Bhubaneswar

ଆୟୁଷ୍ମାନ ଭାରତରେ ସାମିଲ ହେବ ଓଡିଶା: ଆଜି ସ୍ଵାକ୍ଷର ହେବ ଏମ୍‌ଓୟୁ

ନୂଆଦିଲ୍ଲୀ/ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟକାରୀ ହେବ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା। ଏଥିପାଇଁ ଆଜି ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହେବ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସହିତ ଓଡ଼ିଶା ସରକାରଙ୍କ ବୁଝାମଣା ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏବଂ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉପସ୍ଥିତିରେ ହେବାକୁ ଥିବା ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଯୋଗଦେବେ ବୋଲି ଜଣାପଡ଼ିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories