www.samajalive.in
Friday, December 5, 2025
26.1 C
Bhubaneswar

ସୁପ୍ରିମକୋର୍ଟଙ୍କ ଅବମାନନା ନୋଟିସ୍‌ ପରେ କ୍ଷମା ମାଗିଲା ପତଞ୍ଜଳି

ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ପତଞ୍ଜଳି ଆୟୁର୍ବେଦ ସର୍ତ୍ତମୂଳକ ଭାବେ ସୁପ୍ରିମକୋର୍ଟରେ କ୍ଷମା ମାଗିବା ସହ ସତ୍ୟପାଠ ମଧ୍ୟ ଦାଖଲ କରିଛି। ଅବମାନନା ନୋଟିସର ଜବାବ ନ ଦେଇଥିବାରୁ ମାନ୍ୟବର ସୁପ୍ରିମକୋର୍ଟ ଏପ୍ରିଲ ୨ ତାରିଖରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ହାଜର ହେବାକୁ ନିର୍ଦେଶ ଦେଇଥିଲେ। ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ମାନ୍ୟବର ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି । କମ୍ପାନୀ ବିଭ୍ରାନ୍ତିକର ବିଜ୍ଞାପନ ଦେଉଥିବା ନେଇ ଗତକାଲି ଅର୍ଥାତ୍‌ ବୁଧବାର ସୁପ୍ରିମକୋର୍ଟ ପତଞ୍ଜଳିକୁ ନୋଟିସ ପଠାଇଥିଲେ। ଆଜି ପତଞ୍ଜଳି ପକ୍ଷରୁ ଏନେଇ କୋର୍ଟରେ ଏକ ଆଫିଡେଭିଟ ଦାଖଲ କରାଯାଇଛି। ଆଫିଡେଭିଟରେ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ବାଳକୃଷ୍ଣ କହିଛନ୍ତି, ଆଇନ ଶୃଙ୍ଖଳା ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଛି। ଭବିଷ୍ୟତରେ ଏଭଳି ବିଜ୍ଞାପନ ପ୍ରକାଶ ନ କରିବା ପାଇଁ କମ୍ପାନୀ ପ୍ରତିଶୃତି ଦେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ କମ୍ପାନୀର ଉଦ୍ଦେଶ୍ୟ ହେଉଛି ପତଞ୍ଜଳିର ଉତ୍ପାଦ ବ୍ୟବହାର କରି ଲୋକମାନଙ୍କୁ ସୁସ୍ଥ ଜୀବନଯାପନ ପ୍ରତି ଉତ୍ସାହିତ କରିବା। ପୁରଣା ଶିକ୍ଷା ପଦ୍ଧତି ଏବଂ ସାମଗ୍ରୀ ବ୍ୟବହାର ତଥା ଆୟୁର୍ବେଦିକ ଅନୁସନ୍ଧାନରେ ପ୍ରସ୍ତୁତ ସାମଗ୍ରୀର ବ୍ୟବହରକୁ ଗୁରୁତ୍ୱ ଦେବା କମ୍ପାନୀର ଲକ୍ଷ୍ୟ ବୋଲି ସେ କହିଛନ୍ତି।

 

- Advertisement -

 

 

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories