www.samajalive.in
Monday, December 15, 2025
26.1 C
Bhubaneswar

ଫ୍ଲାଏଓଭରରୁ ଖସିଲା ଯାତ୍ରୀବାହୀ ବସ୍: ଜଣେ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବରେଲୀ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫ୍ଲାଏଓଭରରୁ ଏକ ଯାତ୍ରୀବାହୀ ବସ୍ ତଳୁ ଖସିପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଜି ଭୋର୍ ସମୟରେ ବସ୍‌ଟି ଦିଲ୍ଲୀରୁ ଫେରୁଥିବାବେଳେ ଫତେହଗଞ୍ଜ ଥାନା ନିକଟରେ ଥିବା ଫ୍ଲାଏଓଭରରୁ ଭାରସାମ୍ୟ ହରାଇ ଖସିପଡିଥିଲା। ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ମେରଠ ନିବାସୀ ପ୍ରେମ୍ କିଶନ ବୋଲି ଜଣାପଡିଛି। ତେବେ ଘଟଣା ଘଟିବା ପରେ ଜିଲ୍ଲାପାଳ ହସ୍ପିଟାଲରେ ପହଞ୍ଚି ସମସ୍ତ ଆହତଙ୍କ ସ୍ଵାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ସହ ଯଥାସମ୍ଭବ ଚିକିତ୍ସା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories