www.samajalive.in
Saturday, December 6, 2025
15.1 C
Bhubaneswar

ଧବଳେଶ୍ବର ପୀଠରେ ବିନା ଭକ୍ତରେ ପାଳନ ହେବ ‘ବଡ଼ଓଷା’

ଆଠଗଡ଼: ଚଳିତ ବର୍ଷ ପ୍ରସିଦ୍ଧ ଧବଳେଶ୍ବର ପୀଠରେ ବିନା ଭକ୍ତରେ ଅନୁଷ୍ଠିତ ହେବ ‘ବଡ଼ଓଷା’ ବୋଲି ଆଜି ଧବଳେଶ୍ବର ପୀଠରେ ବଡ଼ଓଷା ନେଇ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ ନିୟମ ମାନି ମନ୍ଦିରର ସମସ୍ତ ନୀତିକାନ୍ତି କରାଯିବ। ବଡ଼ଓଷା ଦିନ ଧବଳେଶ୍ବର ପୀଠର ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯିବ। ଯେଉଁମାନେ ନିୟମ ନ ମାନିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଆଜି ଧବଳେଶ୍ବର ପୀଠରେ ‘ବଡ଼ଓଷା’ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଚଳିତ ବର୍ଷ କିଭଳି ‘ବଡ଼ଓଷା’ ପାଳନ କରାଯିବ ସେଥିନେଇ ଆଲୋଚନା କରାଯାଇଥିଲା। ବୈଠକ ଶେଷରେ ଉପଜିଲାପାଳ ଅଜାମ୍ବର ମହାନ୍ତିଙ୍କ ସୂଚନା ଦେଇ କହିଛନ୍ତି ଯେ ଚଳିତ ବର୍ଷ ବିନା ଭକ୍ତରେ ବଡ଼ଓଷା ପାଳନ ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ ନିୟମ ମାନି ମନ୍ଦିରର ସମସ୍ତ ନୀତିକାନ୍ତି କରାଯିବ। ବଡ଼ଓଷା ଦିନ ଧବଳେଶ୍ବର ପୀଠର ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯିବ। ଯେଉଁମାନେ ନିୟମ ନ ମାନିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ ଅଜାମ୍ବର ମହାନ୍ତି ପ୍ରକାଶ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories