www.samajalive.in
Monday, December 15, 2025
26.1 C
Bhubaneswar

ଆଜି ‘ଟି’ ସେତୁ ଉଦ୍‌ଘାଟନ : ମୁଖ୍ୟସ୍ରୋତରେ ଯୋଡ଼ିହେବ ବାଙ୍କୀ, ବଡ଼ମ୍ବା ଓ ନରସିଂହପୁର

ଭୁବନେଶ୍ବର : କଟକ ଜିଲା ବଡ଼ମ୍ବା, ନରସିଂହପୁରରୁ ବାଙ୍କୀ ଓ ଖୋର୍ଦ୍ଧାକୁ ଗମନାଗମନରେ ସୁଗମ ପାଇଁ ସୋମବାର ରାଜ୍ୟର ସବୁଠୁ ଦୀର୍ଘତମ ‘ଟି ସେତୁ’ ଉଦ୍‌ଘାଟିତ ହେବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସେତୁ ଲୋକାର୍ପଣ ହେବା ପରେ ଦୁଇ ଜିଲାର ଲକ୍ଷାଧିକ ଲୋକଙ୍କ ଗମନାଗମନର ସୁବିଧା ହେବା ସାଙ୍ଗକୁ ସେମାନଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି ପାଇବ । ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦୧୪ ଫେବ୍ରୁଆରୀ ୨୮ ତାରିଖରେ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୩ହଜାର ୧୦୦ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ଲାଗି ୧୩୧ କୋଟି ଟଙ୍କା ବିନିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ ପ୍ରତିବର୍ଷ ବଡ଼ମ୍ବା ବ୍ଲକ ଗୋପୀନାଥପୁରରେ ବାବା ସିଂହନାଥଙ୍କ ପ୍ରସିଦ୍ଧ ବାଲି ମକର ଯାତ୍ରା ପାଇଁ ମହାନଦୀରେ ୩ କିଲୋମିଟର ପର୍ଯ୍ୟନ୍ତ ମାଟି ରାସ୍ତା ନିର୍ମାଣ ହେଉଥିଲା । ଏଥିପାଇଁ ୧୪ରୁ ୧୫ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିଲା। ପରେ ବର୍ଷା ଦିନେ ମାଟି ରାସ୍ତାଟି ଭାସି ଯାଉଥିଲା । ସେତୁ ନିର୍ମାଣ ପାଇଁ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ସରକାରଙ୍କ ନିକଟରେ ଦାବି ହୋଇ ଆସୁଥିବାବେଳେ ଆଜି ତାହା ସାକାର ହେବାକୁ ଯାଉଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories