www.samajalive.in
Sunday, December 14, 2025
18.1 C
Bhubaneswar

ବଡ଼ମ୍ବାରେ ବିଭିନ୍ନ ଅନୁଷ୍ଠାନ ତରଫରୁ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବଡ଼ମ୍ବା: ବଡ଼ମ୍ବା ବ୍ଲକର ସଦର ମହକୁମା ସମେତ ପୁରପଲ୍ଲୀର ବିଭିନ୍ନ ଅନୁଷ୍ଠାନ ତରଫରୁ ୭୬ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ସଦର ମହକୁମା ମୁଖ୍ୟ ଉତ୍ସବରେ ସ୍ୱାଧୀନତା ସଂଗ୍ରାମୀ ଏବଂ ଉତ୍ସବ ପାଳନ କମିଟି ସଦସ୍ୟଙ୍କ ଗହଣରେ ତହସିଲଦାର ତପନ କୁମାର ପରିଡ଼ା ଜାତୀୟ ପତ୍ତାକା ଉତ୍ତୋଳନ କରିବା ସହ ଅଭିଭାଷଣ ପ୍ରଦାନ କରିଥିଲେ। ଉତ୍ସବ ଅବସରରେ ସ୍ୱାଧୀନତା ସଂଗ୍ରାମୀଙ୍କ ସମେତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ, ଅବସରପ୍ରାପ୍ତ ସେନା କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ, ସମାଜସେବୀ ଏବଂ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ସେହିଭଳି ସ୍ୱାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ଜୁଡିସିଆଲ କୋର୍ଟରେ ମାଜିଷ୍ଟ୍ରେଟ ଶ୍ରୀକାନ୍ତ ପାଢ଼ୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲସଂଘର ସଭାପତି ସନ୍ତୋଷକୁମାର ବେହେରା, ସମ୍ପାଦକ ଶୈଳେନ୍ଦୁ ଭୂଷଣ ମଲ୍ଲିକଙ୍କ ସମେତ ବହୁ ଆଇନଜୀବୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଉପାଧ୍ୟକ୍ଷା ସ୍ୱର୍ଣ୍ଣଲତା ବେହେରାଙ୍କ ସମେତ ଅନେକ ବ୍ଲକ କର୍ମଚାରୀ ଉତ୍ସବରେ ଯୋଗଦେଇଥିଲେ। ସ୍ଥାନୀୟ ମୋହନ ସୁବୁଦ୍ଧି କଲେଜରେ ଅନୁଷ୍ଠିତ ଉତ୍ସବରେ ଅଧ୍ୟକ୍ଷ ଡ.ଶୁଚିସ୍ମିତା ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ସରୋଜକୁମାର ମିଶ୍ର,ମୋହନସୁବୁଦ୍ଧି ହାଇସ୍କୁଲରେ ପ୍ରଧାନଶିକ୍ଷକ ବିକ୍ରମକେଶରୀ ରାଉତ,ଡିଏଭି ସ୍କୁଲରେ ଅଧ୍ୟକ୍ଷ ପ୍ରଦୀପ କୁମାର ପଟ୍ଟନାୟକ ପତାକା ଉତ୍ତୋଳନ କରିଥିବା ଜଣାଯାଇଛି। ବଜାର କମିଟି ଦ୍ୱାରା ଗାନ୍ଧିଛକରେ ଆୟୋଜିତ ଉତ୍ସବରେ ସ୍ୱାଧୀନତା ସଂଗ୍ରାମୀଙ୍କ ସମେତ ତହସିଲଦାର, ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା, ଜିଲାପରିଷଦ ସଦସ୍ୟଙ୍କ ସମେତ ବହୁମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେଇ ଜାତିର ଜନକ ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories