www.samajalive.in
Monday, December 8, 2025
13.1 C
Bhubaneswar

ବଳମ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ୟାଡମିଣ୍ଟନ କୋର୍ଟ ଉଦଘାଟିତ

ଦେବଗଡ଼/ବାରକୋଟ: ବାରକୋଟ ବ୍ଲକ ବଳମ ଗ୍ରାମପଞ୍ଚାୟତ ସଦର ମହକୁମାରେ ଥିବା ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ବ୍ୟାଡମିଣ୍ଟନ କୋର୍ଟ ଗୁରୁବାର ଉଦଘାଟିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦେବଗଡ଼ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗଦେଇ ଏହାକୁ ଫିତାକାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଅବସରରେ ଜିଲାପାଳ ଶ୍ରୀ ଉପାଧ୍ୟାୟ ବିଦ୍ୟାଳୟର କେତେକ ଛାତ୍ରୀଙ୍କ ସହ ବ୍ୟାଡମିଣ୍ଟନ ଖେଳି ଉତ୍ସାହିତ କରିବା ସହ ଏହି ବ୍ୟାଡମିଣ୍ଟନ କୋର୍ଟରେ ଅଭ୍ୟାସ କରି ଜାତୀୟସ୍ତରର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଛାତ୍ରୀମାନଙ୍କୁ ଶୁଭକାମନା ଜଣାଇଥିଲେ। ସମ୍ମାନିତ ଅତିଥି ଭାବେ ବାରକୋଟ ବ୍ଲକର ବିଡିଓ ବିଜୟ କୁମାର ସୋଏ, କନିଷ୍ଠ ଯନ୍ତ୍ରୀ କଲ୍ୟାଣୀ ସେଠୀ ଓ ସମଗ୍ର ଶିକ୍ଷାର ସିନିୟର ଟିସି ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଚୌଧୁରୀ ବେହେରା, ଦେବରାଜ ପ୍ରଧାନ, ଧରଣୀଧର ପାତ୍ର, ଶିକ୍ଷୟିତ୍ରୀ ରଞ୍ଜିତା ପଣ୍ଡା, ସୁଜାତା ପ୍ରଧାନ, ପ୍ରବାସିନୀ ପ୍ରଧାନ, ପଙ୍କଜିନୀ ନାୟକ ଓ ଶିବା ଭାରତୀ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ। ସଭା ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ଶିକ୍ଷକ ପୌଲସ୍ତୀ ଚରଣ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

 

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories