www.samajalive.in
Friday, December 12, 2025
27.1 C
Bhubaneswar

ବଗଲା ଧର୍ମଶାଳାକୁ ସୁରକ୍ଷା ଦେବା ପାଇଁ ଅନଲାଇନ୍ ପିଟିସନ ଅଭିଯାନକୁ ଶୁଭାରମ୍ଭ କଲେ ରାଜ୍ୟ ସଭାପତି

ପୁରୀ/ଭୁବନେଶ୍ୱର: ପୁରୀରେ ଥିବା ବଗଲା ଧର୍ମଶାଳାକୁ ରାଜ୍ୟସରକାର ଓ ଜିଲ୍ଲାପ୍ରଶାସନ ବେଆଇନ ଭାବେ ପ୍ଲଟିଂ କରି ବିକ୍ରି କରିଛନ୍ତି। ଧର୍ମଶାଳା ଜମି ବିଶେଷ କରି ଦାନରେ ମିଳିଥିବା ସମ୍ପତିକୁ ବିକ୍ରି କରାଯାଇ ପାରିବ ନାହିଁ ବୋଲି ଆଇନରେ ଉଲ୍ଲେଖ ରହିଛି। ରାଜ୍ୟସରକାର ଗରିବ ତୀର୍ଥଯାତ୍ରୀଙ୍କ ଉଦ୍ଦେଶ୍ୟରେ ହୋଇଥିବା ଧର୍ମଶାଳାକୁ ଭାଙ୍ଗି ତୁଙ୍ଗ ନେତା ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ଖୁସ୍ କରିବା ପାଇଁ ଏଭଳି ଏକ ଐତିହାସିକ ଧର୍ମଶାଳାକୁ ବିକ୍ରି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହା ବିରୁଦ୍ଧରେ ବିଜେପି ପକ୍ଷରୁ ଅନଲାଇନ୍ ପିଟିସନ ତଥା ଡିଜିଟାଲ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି।
୧୯୦୫ ମସିହାରେ ଗରିବ ଲୋକ ଏବଂ ତାର୍ଥଯାତ୍ରୀଙ୍କ ପାଇଁ ପୁରୀରେ ବଗଲା ଧର୍ମଶାଳା ନିର୍ମାଣ ହୋଇଥିଲା। କହ୍ନେଇ ଲାଲ ବଗଲା ଏହାକୁ ଦାନରେ ଦେଇଥିଲେ। ଏହି ଧର୍ମଶାଳାରେ ତୀର୍ଥଯାତ୍ରୀମାନେ ଅତି କମ୍ ଖର୍ଚ୍ଚର୍ରେ ରହଣୀ କରନ୍ତି। ପୁରୀ ବାସୀ ବିବାହ, ବ୍ରତ, ଶୁଦ୍ଧକ୍ରିୟା ଆଦି କାର୍ଯ୍ୟକ୍ରମ ଏହି ଧର୍ମଶାଳାରେ କରୁଥିଲେ। କିନ୍ତୁ ଏତେ ବଡ ଐତିହାସିକ ସ୍ଥାନକୁ ରାଜ୍ୟସରକାର ମାଟିରେ ମିଶାଇବା ପାଇଁ ଯେଉଁ ପ୍ରୟାସ କରିଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ ବୋଲି ରାଷ୍ଟ୍ରୀୟ ପ୍ରବକ୍ତା ଶ୍ରୀ ସମ୍ବିତ ପାତ୍ର କହିଛନ୍ତି।
ଏହି ଅନଲାଇନ ପିଟିସନକୁ ରାଜ୍ୟ ସଭାପତି ସମୀର ମହାନ୍ତି ବଗଳା ଧର୍ମଶାଳା ସମ୍ମୁଖରେ ଉନ୍ମୋଚନ କରିଛନ୍ତି। ଏହି ଅଭିଯାନରେ ବିଶ୍ୱରେ ଥିବା କୋଟି କୋଟି ଜଗନ୍ନାଥପ୍ରେମୀ ସୋସିଆଲ ମିଡିଆ ମାଧ୍ୟମରେ ନିଜର ଡିଜିଟାଲ ଦସ୍ତଖତ କରି ‘ବଗଲା ବଞ୍ଚାଓ ଆନ୍ଦୋଳନ’କୁ ସମର୍ଥନ କରିବା ପାଇଁ ଶ୍ରୀ ମହାନ୍ତି ଆହ୍ୱାନ ଦେଇଛନ୍ତି। ଏହି ଅନଲାଇନ ପିଟିସନ କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ଉପସଭାନେତ୍ରୀ ପ୍ରଭାତି ପରିଡା, ରାଜ୍ୟ ସଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, ବରିଷ୍ଠ ନେତା କୃଷ୍ଣ ଜଗଦେବ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ପ୍ରଭଞ୍ଜନ ମହାପାତ୍ର, ବିରଂଚୀ ତ୍ରିପାଠୀ, ସୁରଥ ବିଶ୍ୱାଳ, ରମାରଂଜନ ବଳିଆରସିଂଙ୍କ ସମେତ ଜିଲ୍ଲାର ସ୍ଥାନୀୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories