www.samajalive.in
Saturday, December 6, 2025
26.1 C
Bhubaneswar

ଭଙ୍ଗାଗଲା ବାହାନଗା ଉଚ୍ଚ ବିଦ୍ୟାଳୟ

ବାହାନଗା : ବାହାନଗା ଟ୍ରେନ୍ ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ଉଚ୍ଚବିଦ୍ୟାଳୟକୁ ଭଙ୍ଗାଯାଉଛି। ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଆଜି ସକାଳେ ବିଦ୍ୟାଳୟ ଘର ଭଙ୍ଗାଯାଇଛି। ଏଠାରେ ୨୦୦ରୁ ଊର୍ଦ୍ଧ୍ବ ଶବ ରଖାଯାଇଥିଲା। ଆଗକୁ ସ୍କୁଲ ଖୋଲିବାକୁ ଥିବାରୁ ପିଲାଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସରକାର ଓ ଜିଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି। ଗତକାଲି ବାଲେଶ୍ବର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ବାହାନଗା ଉଚ୍ଚବିଦ୍ୟାଳୟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ସୂଚନାଯୋଗ୍ୟଯେ, ଗତ ଶୁକ୍ରବାର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ୨୮୮ ଜଣଙ୍କର ମୃତ୍ୟୁ ଘଟିଥିଲା। ଏକ ହଜାରରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଶବ ଚିହ୍ନଟ ପ୍ରକ୍ରିୟା ମଧ୍ୟ ଜାରି ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories