www.samajalive.in
Sunday, December 14, 2025
26.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା: ଆଜି ସୁଦ୍ଧା ଓଡ଼ିଶାର ୩୯ ମୃତଦେହ ଚିହ୍ନଟ

ଭୁବନେଶ୍ବର: ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣାରେ ଆଜି ପର୍ଯ୍ୟନ୍ତ ଓଡ଼ିଶାର ୩୯ ଜଣଙ୍କ ମୃତଦେହ ଚିହ୍ନଟ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ବର ଜିଲାରୁ ସର୍ବାଧିକ ୧୪ଜଣ ଅଛନ୍ତି। ସେହିପରି ମୟୁରଭଞ୍ଜରୁ ୯, ଭଦ୍ରକରୁ ୮, କଟକରୁ ୩, ଯାଜପୁରରୁ ୨, ଖୋର୍ଦ୍ଧାର ୨, କେନ୍ଦୁଝରରୁ ୧ ଜଣେ ଏହି ରେଳ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସରକାର ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ୩୯ଜଣ ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି

- Advertisement -

ଏଠାରେ ସୂଚନାଯୋଗ୍ୟ ଯେ ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ, ଚିକିତ୍ସା ଖର୍ଚ୍ଚ, ମୃତଦେହ ପଠାଇବା ବ୍ୟବସ୍ଥା, ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଯାହା ଖର୍ଚ୍ଚ ତାହା ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ଭରଣା କରାଯାଉଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories