www.samajalive.in
Tuesday, December 9, 2025
16.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା: ୩ ଅଭିଯୁକ୍ତଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ବର: ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ମାମଲାରେ ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନ ରିମାଣ୍ଡରେ ନେଇଛି ସିବିଆଇ। ଏହି ୪ ଦିନ ରିମାଣ୍ଡ ଅବଧିରେ ସିବିଆଇ ପକ୍ଷରୁ ସେମାନଙ୍କୁ ଅଧିକ ପଚରାଉଚୁରା କରାଯିବ। ଏହି ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନ ରିମାଣ୍ଡରେ ନେବାକୁ ସ୍ପେଶାଲ କୋର୍ଟ ଅନୁମତି ଦେଇଛନ୍ତି।

ବାହାନଗା ରେଳ ଦୁର୍ଘଟଣା ଅଭିଯୁକ୍ତମାନଙ୍କ ଆଜି ୫ ଦିନିଆ ରିମାଣ୍ଡ ଶେଷ ହୋଇଥିଲା। ଅଭିଯୁକ୍ତ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମୀର ଖାନ୍ ଓ ଟେକ୍ନିସିଆନ ପପୁ କୁମାରଙ୍କୁ କୋର୍ଟରେ ହାଜର କରିବା ପୂର୍ବରୁ ପ୍ରଥମେ ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ମେଡିକାଲକୁ ନିଆଯାଇଥିଲା। ସେଠାରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ସେମାନଙ୍କୁ ଚନ୍ଦକା ଥାନାକୁ ଅଣାଯାଇଥିଲା। ଏହାପରେ ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା।

- Advertisement -

ଅପରପକ୍ଷରେ ଏହି ୩ ଅଭିଯୁକ୍ତମାନଙ୍କ ମଧ୍ୟରୁ ୨ ଜଣ ଜାମିନ ଆବେଦନ କରିଛନ୍ତି। ସିନିୟର୍ ସେକ୍ସନ ଇଂଜିନିୟର ଅରୁଣ ମହାନ୍ତ ଓ ସେକ୍ସନ ଇଂଜିନିୟର ଅମୀର ଖାନ୍‌ଙ୍କ ପାଇଁ ସେମାନଙ୍କ ଓକିଲ ଜାମିନ ଆବେଦନ କରିଛନ୍ତି।

ବହୁବର୍ଚ୍ଚିତ ବାହାନଗା ରେଳ ଦୁର୍ଘଟଣା ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଏହି ଘଟଣାରେ ଶୁକ୍ରବାର ୩ ରେଳ କର୍ମଚାରୀଙ୍କୁ ଗିରଫ କରିଛି । ଅଭିଯୁକ୍ତ ଗିରଫ ରେଳ କର୍ମଚାରୀଙ୍କ ମଧ୍ୟରେ ରହିଛନ୍ତି ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର । ଅଭିଯୁକ୍ତଙ୍କ ବିରୋଧରେ ଆଇପିସିର ଧାରା ୩୦୪ ଏବଂ ଧାରା ୨୦୧ (ଅପରାଧରେ ସମ୍ପୃକ୍ତ ଥାଇ ପ୍ରମାଣ ନଷ୍ଟ କରିବା ଏବଂ ମିଥ୍ୟା ତଥ୍ୟ ଦେବା) ଦଫା ଲଗାଯାଇଛି। ଶୁକ୍ରବାର ଏହି ୩ ଅଭିଯୁକ୍ତଙ୍କୁ ଗିରଫ କରାଯିବା ନେଇ ସିବିଆଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରେଳ ଦୁର୍ଘଟଣା ଯାନ୍ତ୍ରିକ ତ୍ରୁଟି ନା ଷଡ଼ଯନ୍ତ୍ର ତା’ ଉପରେ ସିବିଆଇ ଅଧିକ ତଦନ୍ତ ଚାଲୁ ରଖିଛି।

Hot this week

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

Related Articles

Popular Categories