www.samajalive.in
Friday, December 12, 2025
26.1 C
Bhubaneswar

ସି-ସୋର ଠକେଇ : ସାଂସଦ ରବୀନ୍ଦ୍ର ଜେନାଙ୍କୁ ମିଳିଲା ଆଗୁଆ ଜାମିନ

କଟକ : ସି-ସୋର ଚିଟଫଣ୍ଡ ମାମଲାରେ ଛନ୍ଦି ହୋଇପଡିଥିବା ବାଲେଶ୍ୱରର ବିଜେଡି ସାଂସଦ ରବୀନ୍ଦ୍ର ଜେନାଙ୍କ ଆଗୁଆ ଜାମିନ ଆବେଦନ ଉପରେ ହାଇକୋର୍ଟ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ସର୍ତ୍ତମୂଳକ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା, ରଜତ ରଥ ମାମଲା ପରିଚାଳନା କରୁଥିବାବେଳେ ଆଇନଜୀବୀ ପ୍ରଣୟ କୁମାର ଦାଶ ସହାୟତା କରୁଥିଲେ। ୨୦୧୭, ଜାନୁଆରୀ ୧୨ ତାରିଖ ଦିନ ସିବିଆଇ ନିକଟରେ ହାଜର ହେବା ପାଇଁ ଆବେଦନକାରୀଙ୍କୁ ନୋଟିସ ଜାରି କରାଯାଇଥିଲା। କିନ୍ତୁ ୧୨ ତାରିଖ ଦିନ ସକାଳୁ ସିବିଆଇଟିମ୍ ଶ୍ରୀ ଜେନାଙ୍କ ମାନସିଂହ ବଜାର ଘର, ଓଟି ରୋଡରେ ଥିବା ଘର, କାର୍ଯ୍ୟାଳୟ ଓ ତାଙ୍କ ତିନି ଘନିଷ୍ଠ ସହଯୋଗୀଙ୍କ ଘର ଓ କାର୍ଯ୍ୟାଳୟରେ ଚଢ଼ଉ କରିଥିଲା।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories