www.samajalive.in
Sunday, December 14, 2025
18.1 C
Bhubaneswar

ନରସିଂହପୁରର ବୈଶାଖୀ ବାଣିଜ୍ୟ ମେଳା ଉଦ୍‌‌ଘାଟିତ

ନରସିଂହପୁର: ନରସିଂହପୁର ବ୍ଲକ ଅର୍ନ୍ତଗତ ଅଗ୍ରଣୀ ଅନୁଷ୍ଠାନ ନରସିଂହପୁର ଯୁବ ପରିଷଦ ଆନୁକୂଲ୍ୟରେ ପଞ୍ଚମ ବୈଶାଖୀ ବାଣିଜ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି। କଟକ ଜିଲାପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ମେଳାର ଉଦ୍‌‌ଘାଟନ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ନାୟକ, ପାଇକପଡ଼ାପାଟଣା ସରପଞ୍ଚ ଗୟାଧର ସାହୁ, ଆଇନଜୀବୀ ଦେବଦତ୍ତ ମଳୟ କୁମାର ବରାଳ, ଅଭୟାନନ୍ଦ ଦାଶ ଯୋଗ ଦେଇଥିଲେ। ପରିଷଦର ସଭାପତି ଶିବ ପ୍ରସାଦ ମିଶ୍ର ଅଧ୍ୟକ୍ଷତା କରିଥିଲେ। ପରିଷଦର ସମ୍ପାଦକ ସୁବ୍ରତ ମିଶ୍ର ଆଗାମୀ ବର୍ଷମାନଙ୍କରେ କିଭଳି ଏହି ମେଳାରେ ବିଭିନ୍ନ କାର୍ଯ୍ୟକ୍ରମ ହେବା ସହିତ ବ୍ୟବସାୟ ଦ୍ୱାରା ଅଞ୍ଚଳର ଆର୍ଥିକ ବିକାଶ ହୋଇପାରିବ ସେନେଇ ମତବ୍ୟକ୍ତ କରିଥିଲେ। ଏହି ମେଳାରେ ପ୍ରାୟ ୨ଶହରୁ ଊର୍ଦ୍ଧ୍ବ ଦୋକାନ ଖୋଲିଥିବା ବେଳେ ପ୍ରତ୍ୟେକ ଦିନ ଅଞ୍ଚଳର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି। ଏହି ମେଳା ଅବସରରେ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାର୍ଥୀମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories