www.samajalive.in
Monday, December 15, 2025
14.1 C
Bhubaneswar

ଗାନ୍ଧି ଜୟନ୍ତୀରେ ଲୋକାର୍ପିତ ହେବ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କର ସ୍ମୃତି ବହନ କରୁଥିବା ଅନୁଗୋଳ ସ୍ଥିତ ବାଜିରାଉତ ଛାତ୍ରାବାସର ଉନ୍ନତିକରଣ ସଂପର୍କରେ ଏକ ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ରାଜସ୍ୱ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଆଶ୍ୱତୀ ଏସ୍., ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲୀପ ରାଉତରାଏ ଓ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ବୈଠକରେ ଆଭାସୀ ମାଧ୍ୟମରେ ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ନବକୃଷ୍ଣ ଚୌଧୁରୀଙ୍କ କନ୍ୟା କ୍ରୀଷ୍ଣା ମହାନ୍ତି ଏବଂ ଜିଲାସ୍ତରୀୟ ଅନ୍ୟ ପଦାଧିକାରୀ ଯୋଗଦେଇଥିଲେ। ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କର ନିର୍ମାଣାଧୀନ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଆସନ୍ତା ଗାନ୍ଧୀ ଜୟନ୍ତୀରେ ବାଜିରାଉତ ଛାତ୍ରାବାସ ସ୍ଥିତ ସଭାଗୃହରେ ଅବସ୍ଥାପିତ କରାଯିବା ସଂପର୍କରେ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ସୂଚନା ଦେଇଥିଲେ। ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କର ମାସିକ ଷ୍ଟାଇପେଣ୍ଡ (ଭତ୍ତା) ବୃଦ୍ଧି, ସୋମାନଙ୍କ ପାଇଁ ନିୟମିତ ଭାବେ ସବସିଡି ଚାଉଳ ବ୍ୟବସ୍ଥା ଓ ସେଠାରେ କାର୍ୟ୍ୟରତ କର୍ମଚାରୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ସଂପର୍କରେ ପଦକ୍ଷେପ ନିଆଯିବାକୁ ଆଲୋଚନା କରାଯାଇଛି ।

ଛାତ୍ରାବାସର ଆନୁସଙ୍ଗିକ ମରାମତି, ଭିତ୍ତିଭୂମି ନିର୍ମାଣ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ। ଏଥିସହିତ ଛାତ୍ରାବାସ ସଂଲଗ୍ନ ପରିସରକୁ ଆଗାମୀ ଦିନରେ ଅଧିକ ଉନ୍ନତି ପାଇଁ ପଦକ୍ଷେପ ନିଆଯିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଥିଲେ। ସେ କହିଲେ ଯେ, ବାଜି ରାଉତ ଛାତ୍ରାବାସ ଅନୁଗୋଳ ଜିଲ୍ଲା ତଥା ଓଡିଶାର ଗର୍ବ ଓ ଗୌରବ। ଏହି ଛାତ୍ରାବାସର ଅଧିକ ଉନ୍ନତି ପରିପ୍ରେକ୍ଷୀରେ ଆଗାମୀ ଦିନରେ ଏଠାରେ ଏକ ସଂଗ୍ରହାଳୟ, ପାଠାଗାର ଓ ଦକ୍ଷତା ବିଭାଗ କମ୍ପ୍ଲେକ୍ସ ସ୍ଥାପନ କରାଯିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଥିଲେ। ଏହାଦ୍ୱାରା ଅଧିକରୁ ଅଧିକ ଜନସାଧାରଣ ଓ ଛାତ୍ରଛାତ୍ରୀ ଏହାର ସୁଯୋଗ ନେଇପାରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories