ବଲାଙ୍ଗୀର ମେଡିକାଲ କଲେଜରେ ରୋଗୀଙ୍କ ଆତ୍ମହତ୍ୟା !
ବଲାଙ୍ଗୀର : ବଲାଙ୍ଗୀର ଭୀମଭୋଇ ମେଡିକାଲ ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସିଟି ସ୍କାନ୍ ସେଣ୍ଟର ନିକଟରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଜଣେ ରୋଗୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ଜଣାପଡିନାହିଁ। ମରଶରୀର ହାତରେ ଛୁଞ୍ଚି ଲାଗିଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି।
Comments are closed.