www.samajalive.in
Friday, December 5, 2025
20.1 C
Bhubaneswar

ହାଇଓ୍ବାକୁ ପିଟିଲା ଘରୋଇ ବସ୍: ୨୦ ଯାତ୍ରୀ ଆହତ

ବଲାଙ୍ଗୀର: ରାସ୍ତାରେ ଛିଡା ହୋଇଥିବା ହାଇଓ୍ବାକୁ ପିଟିଲା ଘରୋଇ ବସ୍। ଏଥିରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ସକାଳୁ ବଲାଙ୍ଗୀର ସୋନପୁର ଏନଏଚ୍ ୫୭ ନମ୍ବର ଜାତୀୟ ରାଜପଥର ଗଇଁତଳା ନିକଟରେ ଏହି ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଛିଡା ହୋଇଥିବା ଏକ ହାଇଓ୍ବାକୁ ବସ୍ ଧକ୍କା ଦେଇଥିଲା। ବସଟି ଭୁବନେଶ୍ଵରରୁ ମାଲକାନଗିରି ଯାଉଥିଲା। ଏଥିରେ ବସର ସାମ୍ନା ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗୁରୁତର ମାନଙ୍କୁ ଉଦ୍ଧାର କରାଯାଇ ଭୀମଭୋଈ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ଗଇଁତଳା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories