www.samajalive.in
Saturday, December 6, 2025
26.1 C
Bhubaneswar

ବଲାଙ୍ଗିରରେ ପୁଣି ଚାଷୀ ଆତ୍ମହତ୍ୟା

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲାରେ ପୁଣି ଚାଷୀ ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଘୁନେଶ ପଞ୍ଚାୟତର କାଦୋବେଡା ଗାଁରେ। ୬୦ ବର୍ଷୀୟ ରିଚେକ ବନଛୋର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଚାଷୀ ରିଚେକ୍ ବନଛୋର ଜଣେ ଭାଗଚାଷୀ। ଧାର କରଜ କରି ଉଭୟ ଧାନ ଓ କପା ଚାଷ କରିଥିଲେ। ବର୍ଷା ଅଭାବରୁ ଚିନ୍ତାରେ ଥିଲେ। କପା ଚାଷ କରିଥିବାରୁ ମହାଜନ ଠାରୁ ଉଭୟ କପା ମଞ୍ଜି ,ସାର,କିଟନାଶକ ଉଧାରି ଆଣିଥିଲେ। କିନ୍ତୁ ବର୍ଷା ଅଭାବ ଯୋଗୁଁ ବିଷ ପିଇ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ ପବିତ୍ର ବନଛୋର ଅଭିଯୋଗ କରିଛନ୍ତି। ଗତକାଲି ରାତିରେ ରିଚେକ୍ ବନଛୋର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଶବ ବର୍ତମାନ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ରଖାଯାଇଛି। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories