www.samajalive.in
Saturday, December 6, 2025
23.1 C
Bhubaneswar

ବାରହା ଫାଶରେ ଚାଷୀଙ୍କ ମୃତ୍ୟୁ

ବଲାଙ୍ଗିର: ଦେଓଗାଁ ଥାନା କରୁଆଁଝର ନିକଟ ଚାଷ ଜମିରେ ବାରହା ଫାଶରେ ଲାଗି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବର ପାଇ ଦେଓଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଶବ ବ୍ୟବଚ୍ଛେଦ ପାଇଁ ହସ୍‌ପିଟାଲକୁ ପଠାଇବା ସହ ତଦନ୍ତ ଜାରି ରଖିଥିବା ନେଇ ଥାନା ଅଧିକାରୀ ତାରାବତୀ ପ୍ରଧାନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ, କରୁଆଁଝର ଗାଁର ନବ ମଲ୍ଲିକ ରବିବାର ସନ୍ଧ୍ୟାରେ ନିଜ ଚାଷ ଜମିକୁ ଧାନ ଜଗିବାକୁ ଯାଉଥିବା ବେଳେ ଜମି ନିକଟରେ ପୂର୍ବରୁ ବାରହା ଶିକାର ପାଇଁ ବିଦ୍ୟୁତ ସଂଯୋଗ କରି ଲଗାଯାଇଥିବା ଫାଶରେ ପଡି ଯାଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ
ହୋଇଯାଇଥିଲା । ଖବର ପାଇ ତାଙ୍କ ପୁଅ ପୁଲିସକୁ ଖବର ଦେବା ସହ ଏହା ଏକ ଯୋଜନା ବଦ୍ଧ ହତ୍ୟା ବୋଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଗ୍ରାମର ୨ ଜଣଙ୍କ ନାମ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି । ତେବେ ବ୍ୟକ୍ତି ଦ୍ୱୟ ଏବେ ଗ୍ରାମରୁ ଫେରାର୍‌ ଥିବା ନେଇ ସେ ଅଭିଯୋଗ କରିଛନ୍ତି । ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories