www.samajalive.in
Sunday, December 14, 2025
26.1 C
Bhubaneswar

ବଲସକୁମ୍ପା ହାଇସ୍କୁଲରେ ସ୍ୱେଚ୍ଛାସେବୀ ଅନ୍ୱେଷଣ କାର୍ଯ୍ୟକ୍ରମ

ଫୁଲବାଣୀ:କନ୍ଧମାଳ ଜିଲା ଖଜୁରୀପଡା ବ୍ଲକର ବଲସକୁମ୍ପା ପଞ୍ଚାୟତ ଅନ୍ତର୍ଗତ ବଲସକୁମ୍ପା ହାଇସ୍କୁଲରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱେଚ୍ଛାସେବୀ ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମେହେର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାନନ ବେହେରା, ବନ୍ଦନା ପଟ୍ଟନାୟକ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ଦଳବେହେରା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ ଚନ୍ଦ୍ରମଣି ଦେହୁରୀ, ରୀତିମା ବାଘ, ସୋନାଲି ଦିଗାଲ, ମେଘାରାଣୀ ମହାପାତ୍ର, ଚନ୍ଦନ ପୃଷ୍ଟି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ସ୍କୁଲର ଛାତ୍ରଛାତ୍ରୀ ଏବଂ ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛା ସେବୀ ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ହେଲନ ଅଞ୍ଜଳି ସେଠୀ ପ୍ରଥମ, ଶ୍ରାବଣୀ ସେଠୀ ଦ୍ୱିତୀୟ ଏବଂ ଲଭଲି ବାହୁକ ତୃତୀୟ ସ୍ଥାନ ଅଧିକାର କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories